ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁନର୍ବାର ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଉଭୟ ନେତା ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କ ରେ ଆଧାରିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କର ପ୍ରତିବଦ୍ଧତା ଦୋହରାଇଛନ୍ତି

ବାଣିଜ୍ୟ, ପଶୁପାଳନ, ଔଷଧ, ଶିକ୍ଷା, ମହାକାଶ ଓ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ କୁ ଆଗେଇ ନେବାକୁ ସେମାନେ ରାଜି ହୋଇଛନ୍ତି

ପ୍ରବାସୀ ଭାରତୀୟଙ୍କ ସ୍ୱାର୍ଥର ଯତ୍ନ ନେବା ପାଇଁ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ ଯୋଗେ ଫୋନ୍ କଲ୍ ଆସିଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ କ୍ରିଷ୍ଟୋଫର ଲକ୍ସନଙ୍କ ଠାରୁ ଟେଲିଫୋନ୍ ଯୋଗେ ଫୋନ୍ କଲ୍ ଆସିଥିଲା।

ଭାରତରେ ସାଧାରଣ ନିର୍ବାଚନ ପରେ ପୁନଃ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ଙ୍କୁ ପ୍ରଧାନମନ୍ତ୍ରୀ ଲକ୍ସନ୍ ଶୁଭେଚ୍ଛା ଜଣାଇଛନ୍ତି।

ଭାରତ-ନ୍ୟୁଜିଲାଣ୍ଡ ସମ୍ପର୍କ ମିଳିତ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନସାଧାରଣଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କରେ ଜଡ଼ିତ ବୋଲି ଉଲ୍ଲେଖ କରି ଉଭୟ ନେତା ଆଗାମୀ ବର୍ଷଗୁଡ଼ିକରେ ଦ୍ୱିପାକ୍ଷିକ ସହଯୋଗକୁ ନୂତନ ଉଚ୍ଚତାରେ ପହଞ୍ଚାଇବା ପାଇଁ ସେମାନଙ୍କର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ଦୁଇ ପକ୍ଷ ମଧ୍ୟରେ ନିକଟରେ ହୋଇଥିବା ଉଚ୍ଚସ୍ତରୀୟ ଯୋଗାଯୋଗ ଦ୍ୱାରା ସୃଷ୍ଟି ହୋଇଥିବା ଗତି ଉପରେ ଆଲୋକପାତ କରି ସେମାନେ ବାଣିଜ୍ୟ ଏବଂ ଅର୍ଥନୈତିକ ସହଯୋଗ, ପଶୁପାଳନ, ଔଷଧ, ଶିକ୍ଷା, ମହାକାଶ ସମେତ ବିଭିନ୍ନ କ୍ଷେତ୍ରରେ ପାରସ୍ପରିକ ଲାଭଦାୟକ ଦ୍ୱିପାକ୍ଷିକ ସହଯୋଗକୁ ଆଗେଇ ନେବାକୁ ରାଜି ହୋଇଥିଲେ ।

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କ ସ୍ୱାର୍ଥର ଯତ୍ନ ନେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଲକ୍ସନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେମାନଙ୍କ ସୁରକ୍ଷା ଏବଂ କଲ୍ୟାଣ ଦିଗରେ ନିରନ୍ତର ପ୍ରୟାସ ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ସନ୍ ପ୍ରତିଶ୍ରୁତି ଦେଇଛନ୍ତି।

ଦୁଇ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ ଧନ୍ୟବାଦ। ଅଧିକ ପଢନ୍ତୁ 

0 0 votes
Article Rating
Subscribe
Notify of
guest
0 Comments
Oldest
Newest Most Voted
Inline Feedbacks
View all comments
0
Would love your thoughts, please comment.x
()
x