ଜଳଗାଓଁରେ ଲକ୍ଷପତି ଦିଦି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
୧୧ ଲକ୍ଷ ନୂଆ ଲଖପତି ଦିଦିଙ୍କୁ ସମ୍ବର୍ଦ୍ଧିତ ଓ ସାର୍ଟିଫିକେଟ୍ ଦେବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ୨,୫୦୦ କୋଟି ଟଙ୍କାର ରିଭ୍ଲଭିଂ ପାଣ୍ଠି ଜାରି କରିବେ ଏବଂ ୫,୦ କୋଟି ଟଙ୍କାର ବ୍ୟାଙ୍କ ଋଣ ବିତରଣ କରିବେ
ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନୀ ସମାରୋହକୁ ସମ୍ବୋଧିତ କରିବେ ଜଗ୍
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ରେ ମହାରାଷ୍ଟ୍ରର ଜଳଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ରେ ମହାରାଷ୍ଟ୍ରର ଜଳଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ରେ ପ୍ରଧାନମନ୍ତ୍ରୀ ଲଖପତି ଦିଦି ସମ୍ମିଳନୀରେ ଯୋଗଦେବେ। ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବିଲି ସମାରୋହର ସମାପନ ଉତ୍ସବରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ
ଲକ୍ଷପତି ଦିଦି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଜଳଗାଓଁ ଗସ୍ତ କରିବେ । ଏନଡିଏ ସରକାରଙ୍କ ତୃତୀୟ ପାଳିରେ ନିକଟରେ ଲଖପତି ହୋଇଥିବା ୧୧ ଲକ୍ଷ ନୂଆ ଲଖପତି ଦିଦିଙ୍କୁ ସେ ସାର୍ଟିଫିକେଟ୍ ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିବେ। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ଲଖପତି ଦିଦିଙ୍କ ସହ ମଧ୍ୟ ଆଲୋଚନା କରିବେ ।
ପ୍ରଧାନମନ୍ତ୍ରୀ ୨,୫୦୦ କୋଟି ଟଙ୍କାର ରିଭଲଭିଂ ପାଣ୍ଠି ଜାରି କରିବେ ଯାହା ଦ୍ୱାରା ୪.୩ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ର ପ୍ରାୟ ୪୮ ଲକ୍ଷ ସଦସ୍ୟ ଉପକୃତ ହେବେ । ସେ ୫,୦ କୋଟି ଟଙ୍କାର ବ୍ୟାଙ୍କ ଋଣ ମଧ୍ୟ ପ୍ରଦାନ କରିବେ ଯାହା ଦ୍ୱାରା ୨.୩୫ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀର ୨୫.୮ ଲକ୍ଷ ସଦସ୍ୟ ଉପକୃତ ହେବେ
ଲଖପତି ଦିଦି ଯଜ୍ଞ ଆରମ୍ଭ ହେବା ପରଠାରୁ ୧ କୋଟି ମହିଳାଙ୍କୁ ଲଖପ କରାଯାଇଛି
ରାଜସ୍ଥାନ ଗସ୍ତରେ ପ୍ରଧାନମନ୍ତ୍ରୀ
ଯୋଧପୁରସ୍ଥିତ ହାଇକୋର୍ଟ କ୍ୟାମ୍ପସରେ ଅନୁଷ୍ଠିତ ହେବାକୁ ଥିବା ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନ ଉତ୍ସବରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ରାଜସ୍ଥାନ ହାଇକୋର୍ଟ ସଂଗ୍ରହାଳୟକୁ ମଧ୍ୟ ଉଦଘାଟନ କରିବେ। ଅଧିକ ପଢନ୍ତୁ